କଟକର ବାଲିଯାତ୍ରା ପଡ଼ିଆରେ ହେବ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪: କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗଙ୍କ ସମେତ ମନ୍ତ୍ରିମଣ୍ଡଳର କେତେକ ସଦସ୍ୟ ଉପସ୍ଥିତ ରହିବେ। ଏହି ଅବସରେ ଲୋକଙ୍କୁ ଉଭୟ ‘ଆୟୁଷ୍ମାନ ଭାରତ’ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା କାର୍ଡ ବିତରଣ କରାଯିବ।କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରସ୍ତୁତି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!