ରାଜ୍ୟରେ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର,୬ା୪:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ।୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ବର୍ଷା ହେବ ।ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । 8ରୁ 14 ଜିଲ୍ଲାକୁ ୟେଲୋ   ।ଉପାନ୍ତରୁ ଉପକୂଳ,ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଆସିପାରେ  ଲଘୁଚାପ।୭ ଜିଲ୍ଲାରେ କାଳବୈଶାଖୀ ହେବାର ପୂର୍ବାନୁମାନ କରାଯାଇଥିଲା । ଏହି ୭ଟି ଜିଲ୍ଲାଗୁଡ଼ିକ ଥିଲା – କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼, ଦେବଗଡ଼ ଓ ନବରଙ୍ଗପୁର ।ଲଘୁଚାପ ପ୍ରଭାବରେ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ଅନୁଗୋଳ, ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ, ନବରଙ୍ଗପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।ଗୁରୁବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ଅନୁଗୋଳ, ଦେଓଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗର ଧୁଳିଆ ପବନ ହେବାର ସମ୍ଭାବନା ରହିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!