ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ।ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଏବଂ ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ଆଜି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ ।ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |