ନୋଏଡା HCL ଟେକ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ ୭: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସି ପ୍ରଥମ ଦିନରେ ନୋଏଡା HCL ଟେକ୍ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । HCL ଟେକ୍ ପରିଦର୍ଶନ ସହ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମଧ୍ୟ ଉପସ୍ଥିତ ଥିଲେ । HCL ପ୍ରାଙ୍ଗଣରେ ନିମ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ।ଖୁବ୍‌ଶୀଘ୍ର ଓଡ଼ିଶାରେ HCLର କ୍ୟାମ୍ପସ ହେବ । ଏ ନେଇ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି । ଏ ନେଇ ଆଲୋଚନା ପାଇଁ ଖୁବ୍‌ଶୀଘ୍ର HCLର ଏକ ଟିମ୍ ଓଡ଼ିଶା ଆସିବ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ HCL କର୍ତ୍ତୃପକ୍ଷଙ୍କୁ ଓଡ଼ିଶା ଆସି ପୁରୀ ଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ ଆମନ୍ତ୍ରଣ କରିଛନ୍ତି । ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ କେତେକ ଗୁରୁତ୍ବପୂର୍ଣ୍ଣ MoU ସ୍ବାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । IOCL, ISPRL, ପେଟ୍ରୋନେଟ୍ LNG ସହ ବୁଝାମଣା ହେବ । ନୋଏଡ଼ାର HCL ଟେକ୍ନୋଲୋଜି ସହ ମଧ୍ୟ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ବହୁ ଶିଳ୍ପସଂସ୍ଥାର ମୁଖ୍ୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!