ଆସନ୍ତା ୨୨ ଓ ୨୩ ତାରିଖରେ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!