ସ୍ପଷ୍ଟ ହେଲା ଲଘୁଚାପ କ୍ଷେତ୍ର :ଆଗାମୀ ୩ ଦିନ ଯାଏଁ ବିଜୁଳି-ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୪: ଆଜିଠୁ ବର୍ଷା ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ୯ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଅନୁମାନ କରିଛି।ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ। ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଜି ଦକ୍ଷିଣପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି, ପରବର୍ତ୍ତୀ ୨୪ ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର ଉତ୍ତରପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆଗାମୀ ୩ ଦିନ ଯାଏଁ ବର୍ଷା ଘଡଘଡି ବିଜୁଳି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।ଏହା ପ୍ରଭାବରେ ମଙ୍ଗଳବାର ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୩୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଅନ୍ୟସବୁ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!