ଆଜିଠୁ ମା’ ତାରିଣୀଙ୍କ ଚଇତି ଯାତ

ଘଟଗାଁ ,୦୯।୦୪ : ଆଜିଠୁ ଆରମ୍ଭ ହୋଇଛି ମା’ ତାରିଣୀଙ୍କ ଚଇତି ଯାତ। କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରିଣୀଙ୍କ ୮୯ ତମ ବିଶ୍ଵ ପ୍ରସିଦ୍ଧ ଚଇତି ପର୍ବ ଆଜି ଠାରୁ ଆରମ୍ଭ ହୋଇଛି । ୧୯୩୬ ମସିହାଠୁ ମାଙ୍କ ଚଇତି ପର୍ବ ମହା ଆଡ଼ମ୍ବରରେ ପାଳିତ ହୋଇଆସୁଛି।ଆଜି ଠାରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା ତାରିଣୀ । ଭୋର ସାଢେ ଚାରିଟା ସମୟରେ ସେବାୟତ ମାନେ ମାଙ୍କୁ ମାଜଣା, ମହାସ୍ନାନ, ବଡ଼ ସିଂହାର ବେଶ, ଷୋଡଶ ଉପଚାର ପୂଜା ସମେତ ଯଥା ରିତିକାନ୍ତିରେ ମାଙ୍କର ପୂଜାର୍ଚ୍ଚନା କରି ସାରିବା ପରେ ମାଙ୍କୁ ସୁନାବେଶରେ ସଜ୍ଜିତ କରିଥିଲେ। ପରେ ଭକ୍ତଙ୍କ ପାଇଁ ମନ୍ଦିର ପହଡ଼ ଖୋଲିଥିଲା। ଚଇତିରେ ମାଙ୍କ ସୁନାବେଶକୁ ଦର୍ଶନ କରିବା ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!