ଆଜି ମହାପ୍ରଭୁଙ୍କ ଦୟଣା ଚୋରି ନୀତି

ପୁରୀ ,୧୦।୪: ଚୈତ୍ର ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ଆଜି ମହାପ୍ରଭୁଙ୍କ ଦୟଣା ଚୋରି ନୀତି ହେବ। ଗୁରୁବାର ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତିକୁ ଶୃଙ୍ଖଳିତ କରିବା ଉପରେ ଗୁରୁତ୍ୱ ଦେଇଛି ପ୍ରଶାସନ। ଦୟଣା ଚୋରି କରିବେ ମହାପ୍ରଭୁ। ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସରିବା ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମ-କୃଷ୍ଣ ଜଗନ୍ନାଥ ବଲ୍ଲଭ ମଠ ପରିସରକୁ ବିଜେ କରିବେ। ଅନ୍ୟପକ୍ଷରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୟଣା ଚୋରି ଓ ଦମନକ ଚତୁର୍ଦ୍ଦଶୀ ନୀତି ସମ୍ପାଦନକୁ ଦୃଷ୍ଟିରେ ରଖି ଗୁରୁବାର ଓ ଶୁକ୍ରବାର ଦୁଇଦିନ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ। ଏହି ନୀତି ଜଗନ୍ନାଥ ବଲ୍ଲଭରେ ସମ୍ପନ୍ନ କରାଯିବ। ଏଥିରେ ମହାପ୍ରଭୁ ଦୟଣା ଚୋରି କରିବେ। ଏହା ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ୧୧ ତାରିଖ ଅର୍ଥାତ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦମନକ ଚତୁର୍ଦଶୀ ନୀତି ହେବ। ଗୁରୁତ୍ବପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଚଳିତ ମାସ ୧୦ ଓ ୧୧ରେ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!