ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଭୁବନେଶ୍ୱର ୧୦।୦୪:  ଗୁରୁବାର ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଶୁକ୍ରାବର ଦିନ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ଏଥିପାଇଁ ଵ୍ୟାପକ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର।ପ୍ରଥମ ପର୍ଯ୍ୟାୟରେ ପ୍ରତି ଗାଁର ୨୫ଜଣଙ୍କୁ ଆୟୁଷ୍ମାନ ଭାରତ କାର୍ଡ ପ୍ରଦାନ କରାଯିଵ। ପର୍ଯ୍ୟାୟକ୍ରମେ ରାଜ୍ୟର ସାଢେ ତିନି କୋଟି ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯିବ। ଗୁରୁବାର ରାତିରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିବେ ନଡ୍ଡା । ଶୁକ୍ରବାର କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା। ସେଠାରୁ ପୁରୀ ଯାଇ ପୁରୀରେ ରାତ୍ରିଯାପନ କରିବେ। ଏହା ପରଦିନ ଅର୍ଥାତ ୧୨ ତାରିଖରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ପରେ ପୁରୀରେ ଆୟୋଜିତ ସାଂସଦ ଏବଂ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ନଡ୍ଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!