ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା।ଓଡ଼ିଶାରେ ଶୁଭାରମ୍ଭ ହେଲା ବହୁ ପ୍ରତୀକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନା ।  ରାଜ୍ୟର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ୭୦ ବର୍ଷରୁ ଅଧିକ ବୟୋଜ୍ୟେଷ୍ଠ ବ୍ୟକ୍ତି ବୟୋ ବନ୍ଦନା ଯୋଜନାରେ ଏଥିରେ ସାମିଲ ହେବେ । ଦେଶର ବିଭିନ୍ନ ସ୍ଥାନରେ ୨୯ ହଜାର ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ଏହି ସୁବିଧା ମିଳିବ । ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଓ ଡିସଚାର୍ଜର ୧୫ ଦିନ ପର୍ଯ୍ୟନ୍ତ ଔଷଧ ଯୋଗାଇ ଦିଆଯିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା ରହିଛି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଜେ.ପି ନଡ୍ଡା କହିଛନ୍ତି, ଏହା ହେଉଛି ବିଶ୍ବର ସବୁଠୁ ବଡ଼ ସ୍ବାସ୍ଥ୍ୟ ଯୋଜନା । ଦେଶର ୬୧ କୋଟି ଲୋକ ଏହାଦ୍ବାରା ଉପକୃତ ହୋଇଛନ୍ତି । ଏହା ଇନ୍‌ସୁରାନ୍ସ ନୁହେଁ, ଆସ୍ୟୁରାନ୍ସ ଯୋଜନା ବୋଲି ସେ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!