ଭୁବନେଶ୍ଵର,୧୧।୪: ରାଜ୍ୟ ସରକାରଙ୍କ ଅଧିନସ୍ଥ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।ମହଙ୍ଗା ଭତ୍ତା ୨ ପ୍ରତିଶତ ବଢ଼ାଇଲେ ରାଜ୍ୟ ସରକାର । ପେନସନଭୋଗୀଙ୍କ ଟି. ଆଇ ମଧ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭାତ୍ତା ପିଛିଲା ଭାବେ ୧ ଜାନୁଆରୀ ୨୦୨୫ରୁ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |