ଆଜିଠୁ ଦୁଇ ଦିନ ଧରି ଚାଲିବ ବିଜେପି ପ୍ରଶିକ୍ଷଣ ଶିବିର

ପୁରୀ ,୧୨ା୪: ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ ଉଦଘାଟିତ ହୋଇଛି। ସ୍ଵାମୀ ନାରାୟଣ ମନ୍ଦିର ପରିସରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହାକୁ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି।ଆଜିଠୁ ଦୁଇ ଦିନ ଧରି ଚାଲିବ ବିଜେପି ପ୍ରଶିକ୍ଷଣ ଶିବିର । ପୁରୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରର ଉଦଘାଟନ କରିବା ସହ ନୂଆ ବିଧାୟକଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୩ ତାରିଖ ଯାଏ ଚାଲିବ ପ୍ରଶିକ୍ଷଣ । ୨୦ ଜଣ ଲୋକସଭା ସାଂସଦ, ୭୮ ଜଣ ବିଜେପି ବିଧାୟକଙ୍କ ସମେତ ୩ ଜଣ ସ୍ବାଧୀନ ବିଧାୟକ ଏଥିରେ ଭାଗ ନେବେ । ଏଥିସହିତ ବିଜେପିର ରାଜ୍ୟ ସଭାପତି, ସାଧାରଣ ସମ୍ପାଦକ, ସମସ୍ତ ପଦାଧିକାରୀ ଏଥିରେ ଯୋଗଦେବେ ।କେମିତି ତୃଣମୂଳ ସ୍ତରରେ ଲୋକଙ୍କ ସହ ମିଶିବେ, ଜନତାଙ୍କ ସେବା କରିବେ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବେ ଓ ବୁଥ୍‌ ସ୍ତରରେ ସଂଗଠନକୁ ମଜଭୁତ୍ କରିବାକୁ କର୍ମୀମାନଙ୍କୁ କିପରି ଉତ୍ସାହିତ କରିବେ ସେନେଇ ତାଲିମ୍ ଦିଆଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!