ଆଜି ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ,୧୩।୦୪: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ   କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ଅଛି ।ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ। ଝଡ଼ ତୋଫାନ ସହ ବହିବ ତୀବ୍ର ବେଗରେ ପବନ। ଆଲର୍ଟ କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ରହିବ କାଳବୈଶାଖୀର ପ୍ରକୋପ।ଏପଟେ କାଳବୈଶାଖୀ ପ୍ରଭାବ ଯୋଗୁଁ କମିଛି ତାତିର ପ୍ରକୋପ। ଆଜି ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା  ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ଶନିବାର   ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୦ମିମି ବର୍ଷା ହୋଇଛି। ଖୋର୍ଦ୍ଧା,  ନୟାଗଡ଼, ଦାରିଙ୍ଗିବାଡ଼ି ଓ ଅନୁଗୁଳରେ ମଧ୍ୟ ବର୍ଷା ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!