ଭୁବନେଶ୍ୱର,୧୪।୪: ରାଜ୍ୟରେ ଆଗାମୀ ୭ ଦିନ ଗ୍ରୀଷ୍ମ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ଯାଏଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠୁ ୭ଦିନ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।ସେହିଭଳି ୧୬ ତାରିଖରେ ୨୧ ଜିଲ୍ଲା ଏବଂ ୧୭ରେ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ତାରିଖରେ ୧୭ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ।ପାଣିପାଗ ବିଭାଗର ଆକଳନ ଅନୁସାରେ, ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |