ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୪: ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!