ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ

ଭୁବନେଶ୍ୱର,୧୫।୪: ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭ ହଜାର ୬୭୫ ଅଛି। ୨୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦ ହଜାର ୧୭୫ରେ ପହଞ୍ଚିଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୁଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୁଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨ ହଜାର ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!