ଭୁବନେଶ୍ୱର,୧୬।୪: ରୋଡ଼ ସଂଯୋଗୀକରଣ କ୍ଷେତ୍ରରେ ଏକ ନମ୍ବର ହେବ ଓଡିଶା। ଆସନ୍ତା କାଲି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡିଶା ଗସ୍ତ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ଶେଷ ହୋଇଯାଇଛି । ଏ ଅବସରରେ ଚାରି ହଜାର କୋଟିରୁ ଉର୍ଦ୍ଧ ଟଙ୍କାର 19 ଟି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।ରୋଡ ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ୪ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ।ସେଥିମଧ୍ୟରୁ ୧୩ଟି ଜାତୀୟ ରାଜପଥ ପ୍ରକଳ୍ପ ୨୯୦୫ କୋଟି ଟଙ୍କାର ଶିଳାନ୍ୟାସ କରିବେ ନୀତିନ ଗଡ଼କରୀ । ୪ଟି ସିଆରଆଇଏଫ୍ ବ୍ରିଜ ୪୨୭ କୋଟି ଟଙ୍କାର ଶିଳାନ୍ୟାସ କରାଯିବ । ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କା, ଏହାର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ।ଚଳିତ ବର୍ଷ ଓଡ଼ିଶା ସରକାର ୨୮ ହଜାର କୋଟିର ଅନୁଦାନ ଦାବି କରିଥିବା ବେଳେ ୯ ହଜାର କୋଟି ଟଙ୍କାର ଅନୁଦାନ ଘୋଷଣା କରିପାରନ୍ତି । ରୋଡ ସଂଯୋଗୀକରଣରେ ଓଡ଼ିଶା ୮ ନମ୍ବରରୁ ୧ ନମ୍ବର ହେବ । ଭୁବନେଶ୍ୱରରୁ ପୁରୀ, ମେରାଇନ୍ ଡ୍ରାଇଭ ରୋଡ, ପୁରୀରୁ ସାତପଡ଼ା ରାସ୍ତାର ପ୍ରଶସ୍ତିକରଣ ସହ କିଛି ୪ ଲେନକୁ ୬ ଲେନ୍ କରିବାକୁ ପ୍ରସ୍ତାବ ରହିଛି ।
ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଏକ ଚିଠି ମାଧ୍ୟମରେ ଏସବୁ ପ୍ରକଳ୍ପ ନେଇ ଜଣାଇଛନ୍ତି । ଉପକୂଳ ରାଜପଥ ଆର୍ଥିକ ଅନୁମତି ମିଳିଛି। କିନ୍ତୁ ପ୍ରଶାସନିକ ଅନୁମତି ମିଳିନଥିବାରୁ ଟେଣ୍ଡର ବିଳମ୍ବ ହେଉଛି। ଉପକୂଳ ରାଜପଥ ଏବଂ କ୍ୟାପିଟାଲ୍ ରିଜନ୍ ରିଙ୍ଗ ରୋଡ । ଏହି ଦୁଇଟି ରାସ୍ତା ଖୁବଶୀଘ୍ର ଆରମ୍ଭ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |