ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ୍ ଗଡ଼କରୀ

ଭୁବନେଶ୍ୱର,,୧୭।୪: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ୍ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ୍ ଗଡ଼କରୀ ।ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଭେଟି ଦେବା ନେଇ କାର୍ଯ୍ୟକ୍ରମ ରହିଛି ।ଆଜି ଅପରାହ୍ନରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ନୀତିନ୍ ଗଡ଼କରୀ ସାମିଲ ହେବେ ।ବରମୁଣ୍ଡା ପଡ଼ିଆରେ ସାଧାରଣ ସଭାକୁ କରିବେ ସମ୍ବୋଧନ । ଏହି ଗସ୍ତରେ ଓଡ଼ିଶା ପାଇଁ ଗଡ଼କରୀ ବଡ଼ ଘୋଷଣା କରିପାରନ୍ତି । ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଲୋକାର୍ପଣ କରିବେ ନୀତିନ୍ ଗଡ଼କରୀ ।ଗଡକାରୀଙ୍କୁ ବିମାନବନ୍ଦରରୁ ପାଛୋଟିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ।ବିମାନବନ୍ଦରରୁ କଟକ ରେଭେନ୍ସା ଯିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!