ଭଦ୍ରକ,,୧୭।୪: ଭଦ୍ରକ ତିହିଡି କାଁପଡାରେ ଅଭାବନୀୟ ଘଟଣା ଘଟିଛି। ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି।ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ବୋମାମାଡ ସହ ଗଣ୍ଡଗୋଳରେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ୪ ଜଣଙ୍କୁ ତିହିଡି ଏବଂ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାକୁ ନେଇ ଗାଁରେ ଚାପା ଉତ୍ତେଜନା ଜାରି ରହିଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି। ରାଜନୈତିକ ଶତ୍ରୁତାରୁ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି।ସମସ୍ତଙ୍କୁ ପ୍ରଥମେ ତିଡିଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇଁ କାଁପଡା ଗାଁରେ ପହଞ୍ଚିଥିଲା ତିହିଡି ପୋଲିସ । ବୋମା ମାଡ ପରେ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । କୌଣସି ଅଘଟଣ ଆଶଙ୍କାରେ ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି । ପୁରା ଘଟଣାର ତଦନ୍ତ ଚାଲିଥିବା କହିଛନ୍ତି ତିହିଡି ଥାନା ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |