୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ନୀତିନ ଗଡ଼କରୀ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।  ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟିଦେଲେ କେନ୍ଦ୍ର ପରିବହନ ଏବଂ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ । ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ନୀତିନ ଗଡ଼କରୀ ।୧୫୪ କିମି ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ।ବରମୁଣ୍ଡାର ପଡିଆରେ ଆୟୋଜିତ ବିରାଟ ସଭାରେ ଯୋଗ ଦେଇ ସେ ଶିଳାନ୍ୟାସ କରିଛନ୍ତି । ମହତାବଙ୍କର 125 ତମ ଜନ୍ମବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି ।ତେବେ ଓଡ଼ିଶା ପାଇଁ ଏକ ଐତିହାସିକ ଦିନ କହିଲେ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ କହିଛନ୍ତି, ଓଡ଼ିଶାର ଭିତ୍ତିଭୂମି ବିକାଶ ପାଇଁ ଆଜି ଐତିହାସିକ ଦିବସ |ଓଡ଼ିଶା ବିକାଶରେ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି  । ସବୁ ପ୍ରକଳ୍ପ ସଂପୂର୍ଣ୍ଣ ହେଲେ ଯୋଗାଯୋଗ ସୁଦୃଢ଼ ହେବ  । ପୂର୍ବରୁ ଦିନକୁ ୧୪ କିମି ରାସ୍ତା ହେଉଥିଲା, ଏବେ ୧୦୦ କିମି ହେଉଛି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!