ଭୁବନେଶ୍ୱର,୧୭।୪: ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ। ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ । ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଶଙ୍ଖ ଭବନରେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି। ଏପ୍ରିଲ ୧୯ରେ ହେବ ସଭାପତିଙ୍କ ନାମ ଘୋଷଣା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |