ରାଜ୍ୟ ଟ୍ରାଫିକ ଓ ସଡକ ସୁରକ୍ଷା ବିଭାଗରେ ୨ ହଜାର ନୂତନ ପଦବୀ ସୃଷ୍ଟି

ଭୁବନେଶ୍ୱର,୧୭।୫: ରାଜ୍ୟରେ ବଢ଼ିଲା ଟ୍ରାଫିକ୍ ପଦବୀ । ୨ ହଜାର ନୂଆ ଟ୍ରାଫିକ୍ ପଦବୀକୁ ସରକାରଙ୍କ ମଞ୍ଜୁରୀ ।ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି ।ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ ବ୍ୟବସ୍ଥାରେ ୭୦ ଟି ନୂତନ ପଦବୀ ହୋଇଥିବା ବେଳେ ଜିଲାସ୍ତରୀୟ ସେଟ-ଅପରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସ୍ତରୀୟ ସେଟ-ଅପରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି। ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଲ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି।ସେହିପରି ଡି.ଏସ.ପି. ୫ଟି ପଦବୀ, ଇନ୍ସପେକ୍ଟର ୪୧ଟି ପଦବୀ, ସବ- ଇନ୍ସପେକ୍ଟର ୮୩ ଟି ପଦବୀ, ଏ.ଏସ.ଆଇ. ୮୩ଟି ପଦବୀ, ହାବିଲଦାର ୩୧୦ ଓ କନଷ୍ଟେବଳ ପାଇଁ ୧୪୦୮ଟି ପଦବୀ ସୃଷ୍ଟି କରାଯାଇଛି। ସମୁଦାୟ ୧୯୩୦ ଟି ପଦବୀ ସୃଷ୍ଟି ହୋଇଛି। ଏହାଦ୍ୱାରା ରାଜ୍ୟର ଟ୍ରାଫିକ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!