ଭୁବନେଶ୍ୱର,୧୯।୦୪ : ଆସନ୍ତା ୨୪ ତାରିଖ ଯାଏ ଏହି କାଳବୈଶାଖୀର ପ୍ରଭାବ ଲାଗି ରହିବ । ଆହୁରି ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବି କେତେକ ସ୍ଥାନରେ ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟ ଧରଣର ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳ ଓ ସଂଲଗ୍ନ ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଆସନ୍ତା ୨ ଦିନ ପାଇଁ ଯାଏ ବର୍ଷା ସମ୍ଭାବନା ରହିଛି । ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳରେ ତାପମାତ୍ରା ବଢ଼ିବ। ବଲାଙ୍ଗିରର ସୋନପୁର ଓ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ। ୨୩ ତାରିଖରେ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ୨୮ ତାରିଖରୁ ପ୍ରାୟ ୩ରୁ ୪ ଡିଗ୍ରୀ କମିବ। ୨୮ରୁ ବଙ୍ଗୋପସାଗରୀୟ ସାମୁଦ୍ରିକ ପବନ ସାରା ଓଡ଼ିଶାରେ ବହିବ ।୨୪ ଘଣ୍ଟାରେ ୬ ଜିଲ୍ଲାକୁ ବର୍ଷା ନେଇ ସର୍ତକତା ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରିର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |