ନୂଆଦିଲ୍ଲୀ,୨୩।୪: ପେହେଲଗାମ୍ ଆତଙ୍କୀ ହାମଲା ସାରା ଦେଶଙ୍କୁ ଦୋହଲାଇ ଦେଇଥିବା ବେଳେ ଏହି ଘଟଣାରେ 26 ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ତେବେ ଗୃହମନ୍ତ୍ରୀ ଅମିତ ଶାହା ଆଜି ମୃତ ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିବା ବେଳେ ବର୍ତ୍ତମାନ ଜମ୍ମୁକାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା କରାଯାଇଛି ।ପହଲଗାମ୍ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ନେଇ ଘୋଷଣା କରିଛନ୍ତି ଜମ୍ମୁକାଶ୍ମୀର ସରକାର । ତେବେ ଆହତଙ୍କ ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଘୋଷଣା କରାଯାଇ ନାହିଁ ।ସୁନ୍ଦର ବୈସରନ ଉପତ୍ୟକାକୁ ଟ୍ରେକିଂ ପାଇଁ ଆସିଥିବା ଏକ ପର୍ଯ୍ୟଟକ ଦଳକୁ ଟାର୍ଗେଟ କରାଯାଇଥିଲା। ଧର୍ମ ପଚାରି ପଚାରି ଗୁଳି ଚାଳନା କରିଥିଲେ । ଏହାରି ଭିତରେ 26 ପର୍ଯ୍ୟଟକ ପ୍ରାଣ ହରାଇଥିବା ବେଳେ 10ରୁ ଅଧିକ ଆହତ ହୋଇଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |