ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪:ସୁଆର ମହାସୁଆର ନିଯୋଗ ପକ୍ଷରୁ ବଡ଼ ସୂଚନା । ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ଦୀଘାରେ ଉଦଘାଟିତ ହୋବକୁ ଯାଉଛି, ଶ୍ରୀଜଗନାଥ ମନ୍ଦିର ନେଇ ଏହି ନିର୍ଦ୍ଦେଶାନମାମା ହୋଇଛି । ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ ନିର୍ଦ୍ଦେଶ ଜାରି ହୋଇଛି।ଏହି ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେବାକୁ ମନା କରାଯାଇଛି। ସାମିଲ ହେଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଅର୍ଥାତ ଶ୍ରୀମନ୍ଦିର ରୋଷ କାର୍ଯ୍ୟରୁ ତାଙ୍କୁ ସବୁଦିନ ପାଇଁ ବାରଣ କରାଯିବ। ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ଦସ୍ତଖତରେ ସୂଚନା ଜାରି କରାଯାଇଛି।ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି lମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି l ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛିl

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!