ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

କେନ୍ଦୁଝର,୨୪ା୪: ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ପାଇଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚିଠି ନମ୍ବର ୯୫୦୦/୨୪-୪-୨୦୨୫ରେ ଏହାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ଆଜି କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ସୂଚନା ଦେଇଛନ୍ତି।ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି । ଏନେଇ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ସବୁଠୁ ଅଧିକ ବାଘ ରହିଛନ୍ତି । ଶିମିଳିପାଳ 2306 ବର୍ଗ କିମି ଅଞ୍ଚଳ ଭିତରୁ ଦକ୍ଷିଣ ଡିଭିଜନର 845 ବର୍ଗ କିମି ବିଶିଷ୍ଟ ଅଞ୍ଚଳକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ ଏନେଇ କୌଣସି ସୂଚନା ହସ୍ତଗତ ହୋଇନାହିଁ ।ପୂର୍ବରୁ ରାଜ୍ୟ ସରକାର 2007 ମସିହାରେ ଏହି ଅଭୟାରଣ୍ୟର 1994 ବର୍ଗ କିମି ଅଞ୍ଚଳକୁ ବାଘଙ୍କ ରହଣି ପାଇଁ କୋର କ୍ରିଟିକାଲ ଏରିଆ ଭାବେ ଘୋଷଣା କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!