ଭୁବନେଶ୍ୱର,୨୫।୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଗୁଳିମାଡ଼ ଆରମ୍ଭ କରିଛି। ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଛି।ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ୍ ନାଗରିକଙ୍କୁ ଚିହ୍ନଟ କ୍ରି ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ । ସେମାନଙ୍କୁ ଭାରତ ଛାଡ଼ିବା ପାଇଁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ସୂଚନା ।ଗୃହମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଭାରତ ଛାଡ଼ିବାକୁ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ସୂଚନା । ଏ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆତଙ୍କବାଦୀ ବିରୋଧୀ କାର୍ଯ୍ୟରେ କେନ୍ଦ୍ରକୁ ସମସ୍ତ ପ୍ରକାର ସହଯୋଗ ରାଜ୍ୟ ପକ୍ଷରୁ ଯୋଗାଇ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |