ଆଜି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି

ଭୁବନେଶ୍ବର ,୨୭ା୪: ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି । ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ।ଆଜି ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷା ଥିଲା । ମାତ୍ର ସିଜିଏଲ୍‌ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ କରିଥିଲେ । ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ ହୋଇଥିବା କଥା କହିଥିଲେ । ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଲେ  । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍‌ କରିଛନ୍ତି ।ତେବେ ଓଏସଏସସି ପରୀକ୍ଷାରେ ତ୍ରୁଟି ଏହା ପ୍ରଥମ ଘଟଣା ନୁହେଁ । ଏସଡିଆଇପିଆରଓ ପରୀକ୍ଷାରେ ମଧ୍ୟ ତ୍ରୁଟି ପରିଲକ୍ଷିତ ହୋଇଥିଲା । 100 ନମ୍ବର ବଦଳରେ 94 ନମ୍ବରର ପ୍ରଶ୍ନ ପତ୍ର ଆସିଥିବା ବେଳେ ଏହାକୁ ଓଏସଏସସି ସ୍ବିକାର ମଧ୍ୟ କରିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!