ନବରଙ୍ଗପୁର(ମିହିର ଶଙ୍କର ପାତ୍ର), ୨୭।୪: ପହେଲଗାଁ ଆତଙ୍କବାଦୀ ଆକ୍ରମଣ ବିରୋଧରେ କଲ୍ୟାଣସିଂହପୁର ରେ ବିଭିନ୍ନ ହିନ୍ଦୁ ସଙ୍ଗଠନ ର କାର୍ଯ୍ୟକର୍ତ୍ତା ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦେବଗିରି ଆଶ୍ରମ ମୂଖ୍ୟ କ୍ରାନ୍ତି ବାବା ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ ଓ ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ ଯୋଗଦାନ କରି କାର୍ଯ୍ୟକର୍ତ୍ତା ମାନଙ୍କ ଉତ୍ସାହ ବର୍ଦ୍ଧନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅନିଲ ପାଣିଗ୍ରାହୀ, ବି ଶିବା ଆଚାରୀ, କୈଳାସ ଆଚାରୀ, ମୃତ୍ୟୁଞ୍ଜୟ ତ୍ରିପାଠୀ, ପ୍ରିତମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଥାନା ରେ ବାଂଲାଦେଶୀ ଅନୁପ୍ରବେଶକାରୀ ମାନଙ୍କୁ ଚିହ୍ନଟ କରି ରାୟଗଡ଼ା ରୁ ବାହାର କରିବା ପାଇଁ ଏକ ଦାବିପତ୍ର ପ୍ରଦାନ ରଖାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |