ଗଞ୍ଜାମ ,୨୭।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ବ୍ରହ୍ମପୁରରେ ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ପୀଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ଗଞ୍ଜାମ ଜିଲ୍ଲାରେ ଅଧିକ ଶିଳ୍ପ କାରଖାନା ପ୍ରତିଷ୍ଠା ହେବ । ଏଥିପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଲକ୍ଷାଧିକ ପିଲା ନିଯୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଗସ୍ତ ବେଳେ ଚିକିଟି ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶତ ବାର୍ଷିକ ଉତ୍ସବ ସମାରୋହରେ ଯୋଗ ଦେବା ପରେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଦଳୀୟ କର୍ମୀ ନେତା ବେଶ ଉତ୍ସାହିତ ହୋଇଛନ୍ତି । ଚିକିଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |