ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା ବିଭିନ୍ନ ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।ମୁଖ୍ୟମନ୍ତ୍ରୀ ଏହି ପେଡି ଭିତରେ ଥିବା ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରି କହିଥିଲେ, ଛୋଟ ଛୋଟ ପିଲାମାନେ ନିଜ ପାରିପାର୍ଶ୍ୱିକ ଅଞ୍ଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗୀତା ବିଷୟରେ ଏହି ଯାଦୁପେଡିରେ ଥିବା ଖେଳନାରୁ ଶିଖି ପାରିବେ। ଶିଶୁ ମାନଙ୍କୁ ଏହି ଯାଦୁପେଡ଼ିର ଖେଳନା ଗୁଡିକ ଶିଖିବା ସହିତ ପାଠ ପ୍ରତି ମଧ୍ୟ ଆକର୍ଷିତ କରିବ।ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ NCERT ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ଆବଣ୍ଟିତ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!