ଜଗତସିଂହପୁର , ୨।୫:ପାରାଦୀପରେ ହେବ ନୂଆ ଏୟାରପୋର୍ଟ।ପାରାଦୀପରେ ନୂଆ ବିମାନବନ୍ଦର ସହିତ ୧୫ ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ହେବା ନେଇ ଘୋଷଣା କରାଯାଇଛି । ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଲୋକସେବା ଭବନରେ ଏ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଲୋକସେବା ଭବନରେ ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା ସମ୍ବନ୍ଧରେ ଆଲୋଚନା କରିଥିଲେ । ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିଲା ।ରାଜ୍ୟର ୧୫ ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା।ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସଂପର୍କରେ ମଧ୍ୟ ଆଲୋଚନା ହୋଇଛି । ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |