ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,୨।୫: ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ୧୦ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ଶାହ। ୨ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ। ୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ ବୋଲି ମନମୋହନ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!