କାଳବୈଶାଖୀ, ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ୱର,୩ା୫:ଓଡ଼ିଶାରେ କାଳବୈଶାଖୀ ବର୍ଷା ଜୋରଦାର ହେଉଛି। ଏହା ମେ ୭ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ବଜ୍ରପାତ, ଝଡ଼ ଏବଂ ଶିଳାବର୍ଷଣ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି ଏବଂ ଗଞ୍ଜାମ। ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ହେବ।ଆସନ୍ତା ୪ ଦିନ ରାଜ୍ୟରେ ତାଣ୍ଡବ ରଚିବ କାଳବୈଖାଶୀ । ଆଜି ସାରା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । କାଳବୈଶାଖୀ ନେଇ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗଂଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଏସବୁ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!