ଧାର୍ମିକ ଯାତ୍ରାରେ ଦଳାଚକଟା: ୭ ମୃତ, ୩୦ରୁ ଅଧିକ ଗୁରୁତର

ଗୋଆ,,୩ା୫: ଗୋଆର ସିରଗାଓଁରେ ଅଭାବନୀୟ ଘଟଣା । ବଢୁଛି ଆହତଙ୍କ ସଂଖ୍ୟା । ଦଳାଚକଟାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮୦ରେ ପହଞ୍ଚିଲା । ସମସ୍ତେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ଚିକିତ୍ସା ଚାଲିଛି । ଘଟଣାରେ ଏଯାଏଁ ୭ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି ।ଧାର୍ମିକ ଯାତ୍ରାରେ ଦଳାଚକଟାରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୋଆର ଶ୍ରୀଗାଓଁରେ ଶ୍ରୀଲୈରାଇ ଯାତ୍ରା ଚାଲିଥିବାବେଳେ ଏଭଳି ଅଘଟଣ ଘଟିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନେକ ଲୋକଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣାପଡିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ତେବେ ଏହି ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।ଘଟଣା ଜଣାପଡିବା ପରେ, ମୁଖ୍ୟମନ୍ତ୍ରୀ ଡାକ୍ତର ପ୍ରମୋଦ ସାୱନ୍ତ ଉତ୍ତର ଗୋଆ ଜିଲ୍ଲା ହସ୍ପିଟାଲ ଓ ବିଚୋଲିମ୍ ହସ୍ପିଟାଲରେ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଏହାସହ ସମସ୍ତ ଆବଶ୍ୟକୀୟ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!