ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର,୦୫।୦୫ : ଆଜି ପ୍ରବଳ ବର୍ଷା। ସତର୍କ କଲା ପାଣିପାଗ ବିଭାଗ। ରାଜ୍ୟରେ ଏବେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ, ଆଜି ବିଶେଷ କରି ୫ ଜିଲ୍ଲାରେ ଭୟଙ୍କର ଝଡ଼ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ।ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।   ରାଜ୍ୟରେ ଏବେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ, ଆଜି ବିଶେଷ କରି ୫ ଜିଲ୍ଲାରେ ଭୟଙ୍କର ଝଡ଼ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ।ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟ ଜାରି କରିଛି।  ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ଦିନ କାଳବୈଶାଖୀର ପ୍ରଭାବ ବିଭିନ୍ନ ଜିଲ୍ଲାରେ ଦେଖିବାକୁ ମିଳୁଛି। କାଳବୈଶାଖୀ ଅନେକ କ୍ଷୟକ୍ଷତି ମଧ୍ୟକରୁଛି। ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।  ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। କୁଆପଥର ମାଡ଼ ସହ କାଳବୈଶାଖୀ ନେଇ ଚେତାବନୀ ମଧ୍ୟ ଦିଆଯାଇଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!