ପୁରୀ,୫।୧୫: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲାର ଉପକୂଳବର୍ତ୍ତୀ ସହର ‘ଦୀଘା’ ଠାରେ ଜଗନ୍ନାଥ ମନ୍ଦିରକୁ ଧାମ କରାଯାଇଥିବା ନେଇ ଦେଖାଦେଇଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ସରକାର ଜଗନ୍ନାଥ ଧାମ ଘୋଷଣା କରିଥିବା ବେଳେ ସନାତନ ଧର୍ମ ଉପରେ ବିଶ୍ବାସ କରୁଥିବା ବ୍ୟକ୍ତି ବିଶେଷ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ଲାଗିଛି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ପ୍ରସଙ୍ଗକୁ ନେଇ ଗଜପତି ମହାରାଜା ମୁକ୍ତି ମଣ୍ଡପ ମତକୁ ଆଧାର କରି ଏକ ପ୍ରେସ ରିଲିଜ ଜରିଆରେ ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି।ଦୀଘା ଜଗନ୍ନାଥ ମନ୍ଦିର ନେଇ ବୟାନ ଦେଲେ ଗଜପତି ମହାରାଜା । ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା ।ଜଗନ୍ନାଥ ଧାମ, ଶ୍ରୀପୁରୁଷତ୍ତୋମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି । ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା ।ଗଜପତି ମହାରାଜାଙ୍କ କହିବା ଅନୁସାରେ, ମୁକ୍ତିମଣ୍ଡପ ପଣ୍ଡିତ ସଭା ଉଲ୍ଲେଖ କରି କହିଛନ୍ତି ଯେ ଶ୍ରୀଜଗନ୍ନାଥଙ୍କ ମୂଳପୀଠ ହେଉଛି ପୁରୁଷୋତ୍ତମ କ୍ଷେତ୍ର । ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ଚତୁର୍ଦ୍ଧାମୂର୍ତ୍ତୀ ବିଗ୍ରହଙ୍କ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଜଗନ୍ନାଥ ଧାମ, ଶ୍ରୀକ୍ଷେତ୍ର, ନୀଳାଚଳ ଧାମ ଭାବରେ ନାମିତ କରାଯାଇ ପାରିବ ନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |