ଭୁବନେଶ୍ୱର,୫।୫: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି।ସେହିପରି ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁଙ୍କୁ ମଧ୍ୟ ଦାୟିତ୍ୱ ଦେଇ ସଙ୍ଗଠନକୁ ମଜଭୁତ କରୁଛି ବିଜେଡି। ଉପସଭାପତି ପ୍ରତାପ ଜେନାଙ୍କୁ ମଧ୍ୟ ମୁଖ୍ୟାଳୟ ଦାୟିତ୍ୱ ମିଳିଛି।ଉପସଭାପତି ତାଲିକାରେ ଅତନୁ ସବ୍ୟସାଚୀ ନାୟକ, ରାଜେନ୍ଦ୍ର ଢୋଲକିଆ ରହିଛନ୍ତି। ଚଳିତ ବର୍ଷ ନିର୍ବାଚନରେ ବିଜେଡି ହରାରିବା ପରେ ଦଳକୁ ମଜଭୁତ କରିବାକୁ ଲାଗିପଡ଼ିଛନ୍ତି କର୍ମୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |