ଭୁବନେଶ୍ୱର,୬ା୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫୬୩୧ କୋଟି ଟଙ୍କା ମୂଲ୍ୟରେ ୧୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |