ଶ୍ରୀକ୍ଷେତ୍ରରେ ହାଇ ଆଲର୍ଟ

 ପୁରୀ,୯ା୫: ପୁରୀରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା ।ଅପରେସନ ସିନ୍ଦୂର ୨.୦ ଜରିଆରେ ପାକିସ୍ତାନକୁ ଭାରତ ଦୃଢ ଜବାବ ଦେଉଛି। ଅନ୍ୟପକ୍ଷରେ ପୁରୀରେ ଶ୍ରୀମନ୍ଦିର ସ୍ୱତନ୍ତ୍ର ବାହିନୀ ଶ୍ରୀମନ୍ଦିର ସୁରକ୍ଷାରେ ଲାଗିଛନ୍ତି। ପ୍ରାୟ ୧୫୦ରୁ ‌ଊର୍ଦ୍ଧ୍ବ ପୋଲିସ ମୁତୟନ ହୋଇଥିବା ବେଳେ ସେମାନଙ୍କୁ ଟ୍ରେନିଂ ଦିଆଯାଇଛି।ଭାରତ-ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ସ୍ଥିତି କାରଣରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।ସେହିପରି  ପୁରୀରେ ଶ୍ରୀମନ୍ଦିର ସ୍ୱତନ୍ତ୍ର ବାହିନୀ ଶ୍ରୀମନ୍ଦିର ସୁରକ୍ଷାରେ ଲାଗିଛନ୍ତି। ପ୍ରାୟ ୧୫୦ରୁ ‌ଊର୍ଦ୍ଧ୍ବ ପୋଲିସ ମୁତୟନ ହୋଇଥିବା ବେଳେ ସେମାନଙ୍କୁ ଟ୍ରେନିଂ ଦିଆଯାଇଛି। ସାରା ରାତି ପୋଲିସ ପକ୍ଷରୁ ଜୋରଦାର ଚେକିଂ ଏବଂ ବ୍ଲକିଂ କରାଯାଇଛି। ସହରର ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ କରାଯାଇଛି। ହୋଟେଲ ରହୁଥିବା ଲୋକମାନଙ୍କର ପରିଚୟପତ୍ର ଯାଞ୍ଚ କରାଯାଉଛି।ଜଗନ୍ନାଥ ଧାମରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି ।ଜଗନ୍ନାଥ ମନ୍ଦିର ବ୍ୟତୀତ ସହର ସାରା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ସାମ୍ନାରେ ପୋଲିସ ଛାଉଣି ରହିଥିବାବେଳେ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶରେ ମଧ୍ୟ ଯାଞ୍ଚ କରାଯାଉଛି ।ବିଭିନ୍ନ ସ୍ଥାନରେ ନାକାବନ୍ଦୀ ଜାରି ରହିଛି । ହୋଟେଲ ଏବଂ ଲଜରେ ପୋଲିସର ଯାଞ୍ଚ ପ୍ରକ୍ରିୟା ଜାରି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!