ଭୁବନେଶ୍ୱର,,୯ା୫: ଆଇଏଏସ୍ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ଏହି ଅଦଳବଦଳ ରାଜ୍ୟରେ ପ୍ରଶାସନିକ ଦକ୍ଷତା ବୃଦ୍ଧି ଓ ସୁଶାସନ ସୁନିଶ୍ଚିତ କରିବା ଲକ୍ଷ୍ୟରେ କରାଯାଇଛି ।ସଞ୍ଜୟ କୁମାର ସିଂଙ୍କୁ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି । ଏହା ସହିତ ତାଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଦାୟିତ୍ୱ ଦିଆଯାଇଛି ।ଏହା ସହିତ ଯାମିନୀ ଷଡ଼ଙ୍ଗୀଙ୍କୁ ଗ୍ରାମୀଣ ଉନ୍ନୟନ ବିଭାଗର କମିସନର ଓ ସଚିବ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ବୀରବିକ୍ରମ ଯାଦବଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ତାଙ୍କୁ କେନ୍ଦ୍ର ପରିବେଶ ମନ୍ତ୍ରାଳୟର ଅତିରିକ୍ତ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |