ଭୁବନେଶ୍ୱର,୧୦ା୫: ବିଲ୍ ଦେବାକୁ ନେଇରାଜଧାନୀ ଭୁବନେଶ୍ୱରରେ ଫୁଟିଲା ଗୁଳି । ବାର୍ ବାଉନ୍ସରଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ ।ବିଲ୍ ଦେବାକୁ ନେଇ ଦୁର୍ବୃତ୍ତ ଏବଂ ବାଉନ୍ସରଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଯାହାକୁ ନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହେଲା ।ଏହାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ବାଉନ୍ସରଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ଼ କଲେ । ଯେଉଁତିରେ ବାଉଂସର ଆହତ ହୋଇଥିବା ଜଣାପଡ଼ିଛି ।ଗୁରୁତର ଅବସ୍ଥାରେ ପୋଲିସ ବାଉନ୍ସରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |