ଆଜି ସଂନ୍ଧ୍ୟା 5 ରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ହୋଇଛି । ଏହି ସୂଚନା ଦେଇ ବିଦେଶ ସଚିବ ବିକ୍ରମ ମିଶ୍ରି କହିଛନ୍ତି ଯେ ଅପରାହ୍ଣ ୩.୩୫ରେ ଦୁଇ ଦେଶର DGMO ମଧ୍ୟରେ ଆଲୋଚନା ହୋଇଥିଲା । ଶନିବାର ସଂଧ୍ୟା ୫ଟାରୁ ଆକାଶ, ଜଳ ଓ ସ୍ଥଳରେ ତତ୍କାଳ ପ୍ରଭାବରୁ ଆକ୍ରମଣ ରୋକାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ଏ ନେଇ ସୂଚନା ଦେେଲେ ବୈଦେଶିକ ସଚିବ ବିକ୍ରମ ମିଶ୍ରି । ଭାରତୀୟ ସମୟ ।ାଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି ।ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା ଜଣାଇଲେ ୟୁଏସ ବୈଦେଶିକ ସଚିବ ମାର୍କେ ରୁବିଓ । ସେ ନିଜେ ଏବଂ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କରିଛନ୍ତି । ବିଗତ ୪୮ ଘଣ୍ଟାର ଆଲୋଚନା ପରେ ସଫଳତା ମିଳିଥିବା କହିଲେ ।ପ୍ରଧାନମନ୍ତ୍ରୀ ମୋଦି ଓ ପାକ୍ ପ୍ରଧାନମନ୍ତ୍ରୀ ସରିଫଙ୍କ ସହ ଆଲୋଚନା ହୋଇଛି । ଏଥିସହ ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମିନିରଙ୍କ ସହ ଆଲୋଚନା ହୋଇଛି । ଏନଏସଏଅଜିତ ଡୋଭାଲ୍‌, ପାକ ଏନଏସଏ ଅମି୍ ମଲିକଙ୍କ ସହ ଅଲୋଚନା ହୋଇଛି । ଅସ୍ତ୍ରବିରତି ସହ ଉଭୟ ଦେଶ କଥାବାର୍ତ୍ତା ପାଇଁ ରାଜି ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!