ମେ ୨୭ ତାରିଖରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ନୂଆଦିଲ୍ଲୀ ,୧୦।୫:ମେ ୨୭ ତାରିଖରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତ ଜୁନ୍‌ ୧ ସୁଦ୍ଧା କେରଳ ଛୁଇଁଥାଏ ମୌସୁମୀ। ହେଲେ ଚଳିତ ବର୍ଷ ୩ ରୁ ୪ଦିନ ଆଗରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ।  ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ପୂର୍ବନୁମାନ ସାମ୍‌ନାକୁ ଆସିଛି। ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁ ପାରେ ବୋଲି ପୂର୍ବନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ ରେ କେରଳ ପହଞ୍ଚିପାରେ ବୋଲି ପୂର୍ବନୁମାନ କରାଯାଇଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚିଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ । ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚିଥିଲା।ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!