ପୁରୀ, ୧୍୨ା୫: ପଶ୍ଚିମବଙ୍ଗର ଦିଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ କେନ୍ଦ୍ର କରି ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଦଇତାପତି ସେବାୟତ ତଥା ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନିଲମ୍ବନ କରିଛି। ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ । ଦୀଘା ମନ୍ଦିର ବିବାଦ ପରେ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା ସହିତ ବଙ୍ଗଳା ଚ୍ୟାନେଲରେ ପ୍ରତିକ୍ରିୟା ଦେବା ପରଠାରୁ ସେ ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି ।ଦାରୁ ବିବାଦକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ରାମକୃଷ୍ଣ ଦାସମହାପାତ୍ରଙ୍କୁ ଜବାବ ତଲବ କରାଯାଇଥିଲା ।ଉତ୍ତର ସନ୍ତୋଷଜନକ ନଲାଗେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା । ତେବେ ଏନେଇ ଆଜି ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।ରାମକୃଷ୍ଣ ଦାମମହାପାତ୍ର କହିଥିଲେ ଦୀଘା ଜଗନ୍ନାଥ ମନ୍ଦିରରେ ନବକଳେବର ବଳକା ଦାରୁରେ ଚତୁର୍ଦ୍ଧାମୂର୍ତ୍ତି ନିର୍ମାଣ ହୋଇଛି । ହେଲେ କିଛି ସମୟ ପରେ ନିଜ ବୟାନ ପରିବର୍ତ୍ତନ କରିଥିଲେ । ତେବେ ସ୍ବର ବଦଳାଇବାକୁ ନେଇ ବିବାଦ ଦେଖାଯାଇଥିଲା । ଏନେଇ ଶ୍ରୀମନ୍ଦିର ପ୍ରଶସାନର ବୈଠକ ବସିଥିଲା।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାମକୃଷ୍ଣଙ୍କୁ ଏହି ବିବାଦ ସମ୍ପର୍କରେ ଜବାବ ଦେବା ପାଇଁ ଦୁଇଥର ନୋଟିସ ଜାରି କରାଯାଇଥିଲା। ପ୍ରଥମେ ୭ ଦିନ ଏବଂ ପରେ ୨ ଦିନର ସମୟ ଦିଆଯାଇଥିଲା। ତେବେ, ସେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଶ୍ରୀମନ୍ଦିର ପ୍ରଶାସନ ତାଙ୍କୁ ନିଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |