ଭୁବନେଶ୍ୱର, ୧୍୨ା୫: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି|ରାଜ୍ୟରେ ଆହୁରି ବଢ଼ିବ ତାତିର ପ୍ରକୋପ । ତିନି ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ୧୩ରୁ ୧୫ ତାରିଖ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବ । ମେ’ ୧୩ରେ ଉପକୂଳ, ପାଶ୍ୱର୍ବର୍ତ୍ତୀ ୯ ଜିଲ୍ଲାଜୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଉଷ୍ଣ ଓ ଆର୍ଦ୍ରସ୍ଥିତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ତତଲା କଡ଼େଇରେ ଭାଜି ହେବେ ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |