ତିବ୍ବତରେ ଭୂମିକମ୍ପ ଝଟକା ଅନୁଭୂତ

ନୂଆଦିଲ୍ଲୀ,,୧୨।୫: ରବିବାର-ସୋମବାର ମଧ୍ୟରେ ସକାଳ ୨:୪୧ ମିନିଟରେ (IST) ତିବ୍ବତରେ ଜୋରଦାର ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି (NCS) ଅନୁସାରେ, ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୫.୭ ରେକର୍ଡ କରାଯାଇଛି। ସମଗ୍ର ତିବ୍ବତରେ ଏହି ଝଟକା ଅନୁଭୂତ ହୋଇଥିବା ବେଳେ ତୁରନ୍ତ କୌଣସି କ୍ଷୟକ୍ଷତି କିମ୍ବା ଆହତ ହେବାର ଖବର ମିଳିନାହିଁ।NCSର ଏକ୍ସ ହ୍ୟାଣ୍ଡେଲ ଅନୁସାରେ, ଭୂମିକମ୍ପର କେନ୍ଦ୍ରସ୍ଥଳ ଅକ୍ଷାଂଶ ୨୯.୦୨N ଓ ଦେଶାଂତର ୮୭.୪୮E ରେ ଥିଲା, ଯାହା ପୃଥିବୀ ପୃଷ୍ଠତଳୁ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!