୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୧୨।୫: ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ଭାରତ ପାଣିପାଗ ବିଭାଗ (ଆଇଏମଡି) ଉଲ୍ଲେଖ କରିଛି ଯେ, ୩ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ନିମ୍ନ ଟ୍ରପୋସ୍ଫେରିକସ୍ତରରେ ପଶ୍ଚିମ ବାୟୁ ପ୍ରାୟ ୨୦ ନଟ୍ସ ପର୍ଯ୍ୟନ୍ତ ତୀବ୍ର ହୋଇଛି, ଯାହା ମୌସୁମୀର ଆଗମନ ପାଇଁ ଅନୁକୂଳ ରହିଛି।୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ । କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବା ନେଇ ପାଗ ଅନୁକୂଳ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳକୁ ଛୁଇଁବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ସେ କହିଛନ୍ତି ଦକ୍ଷିଣ ପଶ୍ଚିମ ମୌସୁମୀବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏପଟେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!