ଭୁବନେଶ୍ୱର ,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଊର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୟୂରଭଞ୍ଜରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 328 କୋଟିର 133ଟି ପ୍ରକଳ୍ପର ଉଦଘାଟନ କରିବା ସହିତ 91 କୋଟିର 52 ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |