ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

ଭୁବନେଶ୍ବର ,: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ । ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ,  ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି ।  ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସମ୍ପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!